Home / ସଂସ୍କୃତି ଓ ପରମ୍ପରା / ରଥଯାତ୍ରା ସମୟରେ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ

ରଥଯାତ୍ରା ସମୟରେ ବିପର୍ଯ୍ୟୟ ପରିଚାଳନା ବୈଠକ ଅନୁଷ୍ଠିତ

ପୁରୀ ୧୯/୪ ପୁରୀ ର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ।ଲକ୍ଷ ଲକ୍ଷ ଲୋକ ଙ୍କ ସମାଗମ ଘଟିଥାଏ ଏଥିରେ।ଏହାକୁ ସୁଚାରୁରୂପେ ପରିଚାଳନା ପାଇଁ ପ୍ରଶାସନ ଗୁରୁ ଦାୟିତ୍ୱ ବହନ କରିଥାଏ।ତେଣୁ ରଥଯାତ୍ରା ସମୟରେ କୌଣସି ବିପର୍ଯ୍ୟୟ ର ମୁକାବିଲା ପାଇଁ ପ୍ରସ୍ତୁତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ପ୍ରଦୀପ କୁମାର ସାହୁ। ଆଜି ଅପରାହ୍ନ ରେ ସର୍କିଟ ହାଉସ ଠାରେ ଜିଲ୍ଲା ଜରୁରୀ ବିଭାଗ ପକ୍ଷରୁ ବିପର୍ଯ୍ୟୟ ର ମୁକାବିଲା ନିମିତ୍ତ ଏକ ଏସ ଓ ପି ବା ମାନକ କାର୍ଯ୍ୟ ପ୍ରଣାଳୀ ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।ଏଥିରେ ଅଧ୍ୟକ୍ଷତା କରି ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ସାହୁ ବିପର୍ଯ୍ୟୟ ମୁକାବିଲା ରେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି।ବିପର୍ଯ୍ୟୟ ର ପୂର୍ବ,ବିପର୍ଯ୍ୟୟ ସମୟ ଓ ବିପର୍ଯ୍ୟୟ ପରବର୍ତ୍ତୀ ମୁକାବିଲା ପାଇଁ ପ୍ରସ୍ତୁତି କୁ ଚୁଡାନ୍ତ କରିବାକୁ ସେ ପରାମର୍ଶ ଦେଇଥିଲେ।ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ବ୍ୟବସ୍ଥା, ଆଇନ ଶୃଙ୍ଖଳା ବ୍ୟବସ୍ଥା, ସୂଚନା କେନ୍ଦ୍ର, ସାସ୍କୃତିକ କାର୍ଯ୍ୟକ୍ରମ ବ୍ୟବସ୍ଥା, ସ୍ୱଛାସେବୀ ନିୟୋଜନ, ଶିଶୁ ସୁରକ୍ଷା, ପର୍ଯ୍ୟଟନ, ଅଗ୍ନି ନିର୍ବାପକ ଓ ଅନ୍ୟାନ୍ୟ ବ୍ୟବସ୍ଥା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇ ସମ୍ପୃକ୍ତ ବିଭାଗ ମାନେ ଉପଯୁକ୍ତ କାର୍ଯ୍ୟ ଯୋଜନା ପ୍ରସ୍ତୁତ କରିବାକୁ ପରାମର୍ଶ ଦିଆଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଜରୁରୀ ବିଭାଗ ଡେପୁଟି କଲେକ୍ଟର ଜିତେନ୍ଦ୍ର ପାତ୍ର ସମସ୍ତଙ୍କୁ ସ୍ୱାଗତ କରିବା ସହ ସମସ୍ତ କାର୍ଯ୍ୟ ରେ ସହଯୋଗ ପାଇଁ ଅନୁରୋଧ କରିଥିଲେ।ଏଥିରେ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply