Home / ସଂସ୍କୃତି ଓ ପରମ୍ପରା / ବିଶ୍ଵାମିତ୍ର ମଠ ଘାଟ ଠାରେ ପିତୃ ପୁରୁଷ ଙ୍କ ପିଣ୍ଡ ଦାନ ଦେଲେ ଦାୟାଦ

ବିଶ୍ଵାମିତ୍ର ମଠ ଘାଟ ଠାରେ ପିତୃ ପୁରୁଷ ଙ୍କ ପିଣ୍ଡ ଦାନ ଦେଲେ ଦାୟାଦ

whatsapp image 2023 10 14 at 18.58.35 38b875d5

କାକଟପୁର ତା 14/10,ଆଶ୍ଵିନ ମାସର ପ୍ରଥମ ପକ୍ଷ “ପିତୃ ପକ୍ଷ” ନାମରେ ଜଣା । ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ ।ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ । ଏହି ପ୍ରରିପେକ୍ଷୀରେ ପୁରୀଜିଲ୍ଲା କାକଟପୁର ସ୍ଥିତ ବିଶ୍ଵାମିତ୍ର ଘାଟ ଠାରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ପୂର୍ବକ ଅସ୍ଥି ବିସର୍ଜନ କରିଥିଲେ l ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନକୁ ପିତୃପକ୍ଷ କୁହାଯାଏ । ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡ ଦାନ କରାଯାଏ । ସୂର୍ଯ୍ୟ କନ୍ୟା ରାଶିରେ ଥିବାବେଳେ ଯେଉଁ ଅମାବାସ୍ୟା ପଡ଼େ ତାହା ମହାଳୟା ଅମାବାସ୍ୟା । ମହଳୟା ଶ୍ରାଦ୍ଧର ତର୍ପଣରେ ବ୍ରହ୍ମା, ବିଷ୍ଣୁ, ରୁଦ୍ର, ପ୍ରଜାପତି, ଅଚାର୍ଯ୍ୟ, ବେଦ, ଛନ୍ଦ, ଗନ୍ଧର୍ବଗଣ, ଦେବଗଣ, ପୁରୁଣାଚାର୍ଯ୍ୟ, ସମ୍ବତ୍ସର, ଶାବୟବ, ନାଗଗଣ, ଯକ୍ଷ, ଭକ୍ଷ, ପିଶାଚ, ବନସ୍ପତି, ଔଷଧ, ଭୂତଗ୍ରାମ, ଚତୁଷ୍ଟୟ ଏବଂ ପୃଥିବୀ ଇତ୍ୟାଦି କୋଡ଼ିଏ ଦେବଗଣଙ୍କୁ ଗୋଟିଏ ଥର ତର୍ପଣ; ସନତ, ସନନ୍ଦ, ସନତନ, କପିଳ, ଆସୁରୀ, ଡୋବୁ, ଏବଂ ପଞ୍ଚଶିଖ ଇତ୍ୟାଦି ସାତ ଋଷିଙ୍କୁ ଦୁଇ ଥର ତର୍ପଣ ଏବଂ ପିତୃପୁରୁଷଗଣଙ୍କୁ ତିନିଥର ତର୍ପଣରେ ଅପ୍ୟାୟିତ କରାଯାଏ । ପିତୃ ତର୍ପଣରେ ପିତାଙ୍କୁ ରୁଦ୍ର ରୂପେ, ପିତାମହଙ୍କୁ ବସୁରୂପେ ଓ ପ୍ରପିତାମହଙ୍କୁ ଆଦିତ୍ୟରୂପେ କଳ୍ପିତ କରାଯାଏ । ପିଣ୍ଡଦାତାଙ୍କ ଆଳୟରେ ସର୍ବଦେବ, ଋଷି, ଏବଂ ପିତୃପୁରୁଷଙ୍କ ଉପସ୍ଥିତ ହେତୁ ଏହାଙ୍କୁ ମହାଳୟା ଶ୍ରଦ୍ଧ କୁହାଯାଏ । ଭାଦ୍ରବ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବାସ୍ୟା, ଏହି ୧୫ ଦିନ ମଧ୍ୟରେ ଜଣେ ଯେକୌଣସି ଦିନ ଶ୍ରାଦ୍ଧ ଦେଇପାରେ, ଏଥିପାଇଁ ଏହାକୁ ପିତୃପକ୍ଷ କୁହଯାଏ । ହିନ୍ଦୁ ଧାର୍ମିକ ପରଂପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ । ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ । ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ । କିମ୍ବଦନ୍ତି କହେ, ମହାଦାନୀ କର୍ଣ୍ଣଙ୍କର ଦାତାପଣିଆର ପୁରସ୍କାର ସ୍ୱରୂପ ଯମପୁରରେ ତାଙ୍କୁ ସୁନା, ରୁପା ମିଳିଥିଲା । ହେଲେ, ଖାଦ୍ୟ ଦିଆଯାଇ ନ ଥିଲା । କାରଣ, ଜୀବିତାବସ୍ଥାରେ ସେ କେବେ ଅନ୍ନଦାନ କରି ନ ଥିଲେ । ଯମରାଜଙ୍କୁ ପ୍ରାର୍ଥନା କରି ସେ ଚଉଦ ଦିନ ପାଇଁ ମର୍ତ୍ତ୍ୟକୁ ଆସି ବ୍ରାହ୍ମଣ ତଥା ଗରିବମାନଙ୍କୁ ଅନ୍ନଦାନ ଦେଇଥିଲେ । ଯମପୁର ଫେରିବା ପରେ ତାଙ୍କୁ ଆଉ ଅନ୍ନରୁ ବଞ୍ଚିତ କରାଯାଇ ନ ଥିଲା । ମର୍ତ୍ତ୍ୟଲୋକରେ କର୍ଣ୍ଣ କଟାଇଥିବା ସେହି ଚଉଦ ଦିନ ଥିଲା ପିତୃ ପକ୍ଷ l

SPREAD YOUR LOVE WITH YOUR FRIENDS AND FAMILY

Leave a Reply