Home / ରାଜନୀତି / ପ୍ରତାପ, ସଞ୍ଜୟଙ୍କୁ ମିଳିଲା ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ଵ

ପ୍ରତାପ, ସଞ୍ଜୟଙ୍କୁ ମିଳିଲା ବିଜେଡିର ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ଵ

sanjay1

ଭୁବନେଶ୍ବର: ତା ୨.୧୧.୨୩
ବିଜେଡିର ଦୁଇ ଜିଲ୍ଲାକୁ ମିଳିଲା ନୂତନ ପର୍ଯ୍ୟବେକ୍ଷକ । ପ୍ରତାପ ଜେନାଙ୍କୁ କେନ୍ଦ୍ରାପଡା ଜିଲ୍ଲା ପାଇଁ ଦାୟିତ୍ବ ଦିଆଯାଇଥିବା ବେଳେ ସଞ୍ଜୟ ଦାସବର୍ମାଙ୍କୁ ଭଦ୍ରକ ଜିଲ୍ଲା ପାଇଁ ଦାୟିତ୍ବ ଦିଆଯାଇଛି । ଏହି ଦୁଇ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କୁ ଭାବେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।
ପର୍ଯ୍ୟବେକ୍ଷକ ନିଯୁକ୍ତ ହେଲା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ଶ୍ରୀୟୁକ୍ତ ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି ବୋଲି କହିଛନ୍ତି ସଞ୍ଜୟ। ଏବେ ଯେଉଁ ଦାୟିତ୍ଵ ମିଳିଛି, ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି। ମୋ ଉପରେ ଭରସା, ବିଶ୍ବାସ ଓ ଆସ୍ଥା ପ୍ରକଟ କରିଥିବାରୁ ମୁଁ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି ବୋଲି କହିଛନ୍ତି ସଞ୍ଜୟ ଦାସବର୍ମା ।

whatsapp image 2023 11 02 at 15.16.39 00d098ae
SPREAD YOUR LOVE WITH YOUR FRIENDS AND FAMILY

Leave a Reply