ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ଆଜି ନିଶ୍ବାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ପରଲୋକ ହୋଇଥିଲା । ୯୨ ବର୍ଷୀୟ ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ ।ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ , ଅର୍ଥ ସଚିବ ଓ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ମଧ୍ୟ ରହିଥିଲେ। ଦେଶର ଅର୍ଥନୀତିକୁ ସଂକଟରୁ ଉଦ୍ଧାର କରି ଆଗକୁ ନେବାରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ବୋଲି ବିବେଚନା କରାଯାଏ । ୧୯୯୧ରେ ଆରମ୍ଭ ହୋଇଥିବା ଦେଶର ଅର୍ଥନୈତିକ ସଂସ୍କାରକୁ ଆଗକୁ ବଢ଼ାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛଥିଲେ। ଡ. ସିଂ ୨୬ ସେପ୍ଟେମ୍ବର ୧୯୩୨ରେ ପାକିସ୍ତାନର ପଶ୍ଚିମ ପଂଜାବର ଚକଓ୍ବାଲ ଜିଲ୍ଲାର ସ୍ଥିତ ଗାହ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ୧୯୪୭ରେ ଦେଶ ବିଭାଜନ ପରେ ତାଙ୍କ ପରିବାର ଭାରତକୁ ଚାଲି ଆସିଥିଲେ । ମନମୋହନ ସିଂହ ପଞ୍ଜାବ ବିଶ୍ୱବିଦ୍ୟାଳୟରେ ଅର୍ଥନୀତିରେ ଅଧ୍ୟୟନ କରିଥିଲେ ଏବଂ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟରୁ ଡି.ଫିଲ ଡିଗ୍ରୀ ନେଇଥିଲେ।
ଡ. ମନମୋହନ ସିଂଙ୍କ ପରଲୋକ
No Comments
December 26, 2024 5:24 pm

Previous Article
Next Article

ବିଶିଷ୍ଟ ବ୍ୟବସାୟୀଙ୍କ ପରଲୋକ, କାକଟପୁରରେ ଶୋକର ଛାୟା କାକଟପୁର
60 ବର୍ଷ ର ବ୍ୟବସାୟୀ ଙ୍କୁ ହରାଇ ଝୁରୁଛି ଚନ୍ଦନ ବଜାର:ସାମ୍ବାଦିକ ଙ୍କ ପିତୃ ବିୟୋଗ ରେ ଚନ୍ଦନ ବଜାର ବନ୍ଦ









