Home / ଶିକ୍ଷା / ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ସହ ଅନ୍ୟାନ୍ୟ ଦେୟ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

ଅବସରଦିନ ପୂର୍ଣ୍ଣାଙ୍ଗ ପେନସନ୍ ସହ ଅନ୍ୟାନ୍ୟ ଦେୟ ପାଇଲେ ଶିକ୍ଷା ବିଭାଗର କର୍ମଚାରୀ

aurobindo

ନ଼ୟାଗଡ : ତା ୧.୬.୨୫ରିଖ ( ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ ) ନ଼ୟାଗଡରେ ରାଜ୍ୟସରକାରଙ୍କ ଶିକ୍ଷା ବିଭାଗ ତରଫରୁ କର୍ମଚାରୀମାନଙ୍କୁ ଅବସରଗ୍ରହଣ ଦିନ ପୂର୍ଣ୍ଣାଙ୍ଗ ପେନସନ୍ ପ୍ରଦାନ ବ୍ୟବସ୍ଥାର ସଫଳ ରୂପାୟନ ହୋଇପାରିଛି ।ନୟାଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଅବସର ନେଉଥିବା ଶିକ୍ଷା ବିଭାଗର କର୍ମଚାରୀମାନଙ୍କ ପାଇଁ ଏହା ବେଶ୍ ଉପଯୋଗୀ ଓ ଗୁରୁତ୍ୱପୂର୍ଣ୍ଣ ମଧ୍ୟ। ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା କାର୍ଯ୍ୟାଳୟ ସଭାକକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେଙ୍କ ସଭାପତିତ୍ବରେ ଅବସରକାଳୀନ ବିଦାୟୀ ସଭା ଅନୁଷ୍ଠିତ ହୋଇଥିଲା।

whatsapp image 2025 06 01 at 20.59.33 e7cd3e57

ଏଥିରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ବିଭିନ୍ନ ବିଦ୍ୟାଳୟର ପାଞ୍ଚ ଜଣ ଶିକ୍ଷକ ତଥା ଶିକ୍ଷା କର୍ମଚାରୀଙ୍କୁ ଜିଲ୍ଲା ଶିକ୍ଷା ଅଧିକାରୀ ପୁଷ୍ପଗୁଚ୍ଛ ,ଉତ୍ତରୀୟ , ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିବା ସହ ପୂର୍ଣ୍ଣାଙ୍ଗ ପେନସନ୍,,କମ୍ୟୁଟେସନ,ଗ୍ରାଚୁଇଟି ଆଦି ପ୍ରଦାନ କରିଛନ୍ତି। ଅବସର ଗ୍ରହଣ କରିଥିବା ସମସ୍ତ କର୍ମଚାରୀ ପରବର୍ତ୍ତୀ ସମୟରେ ସମାଜସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବା ସହ ସୁଖୀ ଓ ସୁସ୍ଥ ଜୀବନଯାପନ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ପରାମର୍ଶ ଦେଇଥିଲେ। ଏହି ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ ଅତିରିକ୍ତ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ, ସନ୍ଧ୍ୟାରାଣୀ ରାଉତ ଓ ବନଲତା ବେହେରାଙ୍କ ସହ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ସମସ୍ତ କର୍ମଚାରୀ ଉପସ୍ଥିତ ରହିବା ସହ ସହଯୋଗ କରିଥିଲେ। ବିଶେଷ ଭାବେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟର ପ୍ରତିଷ୍ଠାନ ଅଧିକାରୀ ସୁରେନ୍ଦ୍ର ନାଥ ନାୟକ ଓ କନିଷ୍ଠ ସହାୟକ ଗୋପବନ୍ଧୁ ଦାସ ତଥା ଅନ୍ୟମାନଙ୍କ ଅବସରକାଳୀନ ଅନୁଭବ ସମସ୍ତଙ୍କୁ ଭାବ ବିହ୍ୱଳ କରିଥିଲା।

SPREAD YOUR LOVE WITH YOUR FRIENDS AND FAMILY