Home / ସାମାଜିକ / ନ଼ୟାଗଡ ଜିଲ୍ଲା ଅବକାରୀ ବିଭାଗ ତରଫରୁ”ଆମ ସଂକଳ୍ପ ନିଶା ନୁହେଁ ଜୀବନ” ସଚେତନତା ରଥର ଶୁଭାରମ୍ଭ ।

ନ଼ୟାଗଡ ଜିଲ୍ଲା ଅବକାରୀ ବିଭାଗ ତରଫରୁ”ଆମ ସଂକଳ୍ପ ନିଶା ନୁହେଁ ଜୀବନ” ସଚେତନତା ରଥର ଶୁଭାରମ୍ଭ ।

nisa

ନୟାଗଡ଼,: ୪/୬/୨୫ ( ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ ) – ନ଼ୟାଗଡ ଜିଲ୍ଲାରେ ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବିରୋଧରେ ଜନସଚେତନତା ସୃଷ୍ଟି କରିବା ପାଇଁ ନ଼ୟାଗଡ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ଏକ ସଚେତନତା ରଥ ଶୁଭାରମ୍ଭ କରାଯାଇଛି । ‘ଆମ ସଂକଳ୍ପ ନିଶା ନୁହେଁ ଜୀବନ’ ଅଭିଯାନକୁ ପ୍ରତ୍ୟେକ ଲୋକଙ୍କ ନିକଟରେ ପହଁଚାଇବା ପାଇଁ ନ଼ୟାଗଡ ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଏହି ଅଭିଯାନର ଶୁଭାରମ୍ଭ କରାଯାଇଛି । ଏହି ରଥକୁ ଜିଲ୍ଲା ଅବକାରୀ ଅଧିକ୍ଷକ ଶ୍ରୀଯୁକ୍ତ ଜ୍ଞାନ ରଞ୍ଜନ ପଣ୍ଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ରଥ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଜିଲ୍ଲାର ବିଭିନ୍ନ ସ୍ଥାନ ପରିକ୍ରମା କରି ସଚେତନତା ସୃଷ୍ଟି କରିବ । ଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ଅଧିକାରୀ,ଅବକାରୀ ବିଭାଗର କର୍ମଚାରୀ ଓ ସାମ୍ବାଦିକମାନେ ଉପସ୍ଥିତ ଥିଲେ ।

whatsapp image 2025 06 04 at 22.40.08 7baf9d05

SPREAD YOUR LOVE WITH YOUR FRIENDS AND FAMILY