Home / ସାମାଜିକ / ମହାପ୍ରଭୁ ନିଜେ ସବୁ କରନ୍ତି, ଆମେ କେବଳ ପରସ୍ପର ସହଯୋଗ କରୁ ।

ମହାପ୍ରଭୁ ନିଜେ ସବୁ କରନ୍ତି, ଆମେ କେବଳ ପରସ୍ପର ସହଯୋଗ କରୁ ।

whatsapp image 2025 06 09 at 20.50.04 663d19c6

ପୁରୀ ୯/୬/୨୦୨୫ (ତୃପ୍ତିମୟୀ ଜେନା) ମହାପ୍ରଭୁ ନିଜେ ନିଜ କାର୍ଯ୍ୟ କରନ୍ତି।ଆମେ କେବଳ ପରସ୍ପର ସହଯୋଗ କରନ୍ତି।ରଥଯାତ୍ରା ପାଇଁ ପ୍ରାୟ ଅଶୀ ଭାଗ କାର୍ଯ୍ଯ ସରିଲାଣି।ନିର୍ଦ୍ଧାରିତ ସମୟ ସୁଦ୍ଧା କାର୍ଯ୍ୟ ଶେଷ ହେବ।ସେହିପରି ଦେବସ୍ନାନ ପାଇଁ ସରକାର ଓ ପ୍ରଶାସନ ଚୁଡାନ୍ତ ପ୍ରସ୍ତୁତି କରୁଛନ୍ତି ବୋଲି ସୂଚନା ଦେଇଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଚଳିତ ରଥଯାତ୍ରା ର ଦ୍ବିତୀୟ ସମନ୍ୱୟ ବୈଠକ ଆଜି ପୂର୍ବାହ୍ନରେ ଟାଉନ ହଲ ପରିସରରେ ଅନୁଷ୍ଠିତ ହୋଇଥିଲା।

whatsapp image 2025 06 09 at 20.50.03 2acb588f

ଏଥିରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧ୍ୟକ୍ଷତା କରିବା ସହ ମହାପ୍ରଭୁଙ୍କ ପବିତ୍ର ରଥଯାତ୍ରା କୁ ଶାନ୍ତି ଶୃଙ୍ଖଳା ର ସହ ସମ୍ପର୍ଣ୍ଣ କରିବାକୁ ସମସ୍ତ ଙ୍କ ସହଯୋଗ କାମନା କରିଥିଲେ।ରଥଯାତ୍ରା ଏକ ସାମୁହିକ କାର୍ଯ୍ୟ।ପାରସ୍ପରିକ ସହଯୋଗର ସହ ପ୍ରତ୍ୟେକ ବିଭାଗ ଉତ୍ତରଦାୟୀ ଏବଂ ସମର୍ପିତ ଭାବେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଥିଲେ।ପୁରୀ ରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗକୁ ଅଧିକ ସକ୍ରିୟ କରାଯାଉଛି ବୋଲି ମନ୍ତ୍ରୀ କହିଥିଲେ।।କାର୍ଯ୍ୟକ୍ରମ ରେ ସ୍ୱାସ୍ଥ୍ୟ ମନ୍ତ୍ରୀ ଡା ମୁକେଶ ମହାଲିଙ୍ଗ,ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା କୃଷ୍ଣ ଚନ୍ଦ୍ର ମହାପାତ୍ର,ବାଣିଜ୍ୟ ଓ ପରିବହନ,ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା,କ୍ରିଡା ଓ ଯୁବ ସେବା ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୂରଜ, ପୁରୀ ଲୋକସଭା ସାଂସଦ ଡା ସମ୍ବିତ ପାତ୍ର,ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ,କାକଟପୁର ବିଧାୟକ ତୁଷାର କାନ୍ତି ବେହେରା, ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଓମ ପ୍ରକାଶ ମିଶ୍ର, ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ର,ପୁରୀ ବିଧାୟକ ସୁନିଲ କୁମାର ମହାନ୍ତି,ଜିଲ୍ଲା ପରିଷଦ ଅଧ୍ୟକ୍ଷା ସ୍ୱପ୍ନାରାଣୀ ସ୍ୱାଇଁ ପ୍ରମୁଖ ଯୋଗ ଦେଇ ସମସ୍ତ ଙ୍କ ସହଯୋଗ ରେ ଚଳିତ ରଥଯାତ୍ରା ଶୃଙ୍ଖଳିତ ଭାବେ ପରିଚାଳିତ ହେବ ବୋଲି ଆଶା ବ୍ୟକ୍ତ କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ,,ସୂଚନା ଓ ଲୋକ ସମ୍ପର୍କ ତଥା ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂ,ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ, ଅତିରିକ୍ତ ଡିଜି ସଞ୍ଜୟ କୁମାର, ପରିବହନ କମିଶନର ଅମିତାଭ ଠାକୁର, ପର୍ଯ୍ୟଟନ ସଚିବ ବଲୱନ୍ତ ସିଂ,ସ୍ବାସ୍ଥ୍ୟ ସଚିବ ଅଶ୍ବସ୍ଥୀ ଏସ,ଆରଡିସି ବି ପରମେଶ୍ୱରନ, କେନ୍ଦ୍ରାଞ୍ଚଳ ଆଇଜି ପ୍ରବୀଣ କୁମାର, ଦେବୋତ୍ତର କମିଶନର ଶିଶିର କୁମାର ରଥ,ଏସ ପି ବିନୀତ ଅଗ୍ରୱାଲ ପ୍ରମୁଖ ଯୋଗ ଦେଇଥିଲେ।ରଥଯାତ୍ରା ନିମନ୍ତେ ରଥକାଠ ଯୋଗାଣ, ବିଭିନ୍ନ ସାମଗ୍ରୀ ସଂଗ୍ରହ ଓ ଯୋଗାଣ, ରଥକପଡା ସଂଗ୍ରହ, ନୀତି ସଂପାଦନ , ସ୍ୱାସ୍ଥ୍ୟ ଓ ପରିମଳ ବ୍ୟବସ୍ଥା, ପାନୀୟ ଜଳ ଯୋଗାଣ, ବିଦ୍ୟୁତ ଯୋଗାଣ, ପରିବହନ ବ୍ୟବସ୍ଥା, ରାସ୍ତା ଘାଟ ମରାମତି ଓ ଉନ୍ନତି କରଣ,ପାର୍କିଂ ସ୍ଥଳ,ଶାନ୍ତି ଶୃଙ୍ଖଳା ରକ୍ଷା, ଟ୍ରେନ ଚଳାଚଳ ବ୍ୟବସ୍ଥା,ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ, ପଲ୍ଲିଶ୍ରୀ ମେଳା ଓ ପ୍ରଦର୍ଶନୀ ଆୟୋଜନ, ସ୍ୱେଛାସେବୀ ନିୟୋଜନ ଇତ୍ୟାଦି ସମ୍ବନ୍ଧ ରେ ବିସ୍ତୃତ ଆଲୋଚନା ହେବା ସହ ସମ୍ପୃକ୍ତ ବିଭାଗ ମାନେ କାର୍ଯ୍ୟ ତ୍ୱରାନ୍ୱିତ କରିଛନ୍ତି ବୋଲି ସୂଚନା ଦେଇଥିଲେ।ପ୍ରାରମ୍ଭରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ସମସ୍ତଙ୍କୁ ସ୍ୱାଗତ କରିବା ସହ ଆଗାମୀ ରଥଯାତ୍ରାକୁ ସମସ୍ତ ଙ୍କ ସହଯୋଗ ରେ ଶୃଙ୍ଖଳିତ ଭାବେ ସମାପନ କରିବାକୁ ଅନୁରୋଧ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ସେବାୟତ, ବିଶିଷ୍ଟ ବ୍ୟକ୍ତି, ଗଣମାଧ୍ୟମ ପ୍ରତିନିଧିମାନେ,ବିଭିନ୍ନ ବିଭାଗର ଅଧିକାରୀ ପ୍ରମୁଖ ଯୋଗ ଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

SPREAD YOUR LOVE WITH YOUR FRIENDS AND FAMILY