Home / ସାମାଜିକ / ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

whatsapp image 2025 08 04 at 20.28.35 46d1a5dc

ପୁରୀ ୪/୮/୨୦୨୫ – ତୃପ୍ତିମୟୀ ଜେନା – ପୁରୀ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଆଜି ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୧୧୯ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୮୧ ଗୋଟି ବ୍ୟକ୍ତି ଗତ,୩୦ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୮ ଗୋଟି ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ରହିଥିଲା।୪ଜଣ ଙ୍କୁ ରେଡକ୍ରସ ଓ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୧୯ ହଜାର ଟଙ୍କାର ଚିକିତ୍ସା ସହାୟତା ମଞ୍ଜୁର କରାଯାଇଥିଲା।

whatsapp image 2025 08 05 at 01.50.49 bd472837

ତତକ୍ଷଣାତ ୫ଗୋଟି ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା, ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଡିଆଇବି ଅତିରିକ୍ତ ଏସ ପି ଦେବୀ ପ୍ରସାଦ ପ୍ରତାପ, ସିଡିଏମଓ ଡା ଅକ୍ଷୟ ଶତପଥୀ, ଡିଏସପି ତାରା ଜସ୍ମିନ ଗୁରିଆ,ସଦର ବିଡିଓ ସମ୍ବିତ ଶତପଥୀ, ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ମନୀଷା ଷଡ଼ଙ୍ଗୀ, ବିବେକାନନ୍ଦ ସାହୁ, ସହଦେବ ସାହୁ, ସହକାରୀ ଜିଲ୍ଲାପାଳ ତନ୍ମୟ ଦାସ, ଭାରପ୍ରାପ୍ତ ଅଭିଯୋଗ ଶୁଣାଣୀ ଅଧିକାରୀ ପଞ୍ଚାନନ ପରିଜା ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଅଗଷ୍ଟ ୧୧ତାରିଖରେ ବ୍ରହ୍ମଗିରି ବ୍ଲକ ସମ୍ମିଳନୀ କକ୍ଷରେ, ୧୮ ତାରିଖରେ ସତ୍ୟବାଦୀ ବ୍ଲକ ସମ୍ମିଳନୀ କକ୍ଷରେ ଓ ଅଗଷ୍ଟ ୨୫ ତାରିଖରେ ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଦିବା ୧୦ ଘଟିକା ସମୟରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ ବୋଲି ଅଭିଯୋଗ ପ୍ରକୋଷ୍ଠ ସୂତ୍ରରୁ ପ୍ରକାଶ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply