Home / ମୁଖ୍ୟ ଖବର / ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପାଇବେ ସାହିତ୍ୟିକ ଶତ୍ରୁଜିତ୍ ।

ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପାଇବେ ସାହିତ୍ୟିକ ଶତ୍ରୁଜିତ୍ ।

binayak

ନୟାଗଡ଼, ତା- ୧୯.୮.୨୫ରିଖ – ଭାସ୍କର ଚନ୍ଦ୍ର ସ୍ବାଇଁ – ସପ୍ତମ ଶ୍ରେଣୀ ପାଠ ପଢି ଡ୍ରଇଂ ଶିକ୍ଷକରୁ ଅଧ୍ୟାପକ ହେବା ସହ ଓଡ଼ିଆ ଏବଂ ଇଂରାଜୀ ଭାଷାରେ ଅନେକ ଗବେଷଣାତ୍ମକ ପୁସ୍ତକ ରଚନା କରିଥିବା ନୟାଗଡ଼ ଜିଲ୍ଲାର ଗର୍ବ ଓ ଗୌରବ ଅନନ୍ୟ ସାରସ୍ଵତ ସାଧକ ପଣ୍ଡିତ ବିନାୟକ ମିଶ୍ରଙ୍କ ୧୩୨ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ ଅଗଷ୍ଟ ୨୭ ତାରିଖ ୨୦୨୫ ରେ ନୟାଗଡ଼ଠାରେ ଅନୁଷ୍ଠିତ ହେବ। ସମାରୋହରେ ଚଳିତ ବର୍ଷ ତଥାସ୍ତୁ ତରଫରୁ କବି, ପ୍ରାବନ୍ଧିକ ଓ ସଂପାଦକ ଶତ୍ରୁଜିତଙ୍କୁ ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପ୍ରଦାନ କରାଯିବ। ପଣ୍ଡିତ ବିନାୟକ ମିଶ୍ରଙ୍କ ଜୟନ୍ତୀ ପାଳନ ପାଇଁ କଳା, ସାହିତ୍ୟ, ସଂସ୍କୃତି ଅନୁଷ୍ଠାନ ତଥାସ୍ତୁ ତରଫରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ତଥାସ୍ତୁର ସଭାପତି ବସିରନ୍ ବିବିଙ୍କ ଅଧ୍ୟକ୍ଷତାରେ ଏବଂ ସଂପାଦକ ଶରତ ଚନ୍ଦ୍ର ଆଚାର୍ଯ୍ୟଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ବ୍ୟାପକ ଭାବେ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ କରାଯିବା ପାଇଁ ସ୍ଥିରୀକୃତ ହୋଇଥିଲା।

image

ଓଡ଼ିଶା ସାହିତ୍ୟ ଏକାଡେମୀ ଓ ତଥାସ୍ତୁର ମିଳିତ ଆନୁକୂଲ୍ୟରେ ହେବାକୁ ଥିବା ଜୟନ୍ତୀ ସମାରୋହରେ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସ୍ତରୀୟ ବକ୍ତୃତା, ସାଧାରଣ ଜ୍ଞାନ ଓ ସ୍ବରଚିତ କବିତା ଲିଖନ ପ୍ରତିଯୋଗିତା କରାଯିବା ସହ କବିତା ପାଠ ଓ ପଣ୍ଡିତ ବିନାୟକ ମିଶ୍ରଙ୍କ ଜୀବନୀ ତଥା ସାହିତ୍ୟ କୃତି ଆଧାରିତ ଆଲୋଚନାଚକ୍ର ଅନୁଷ୍ଠିତ ହେବ। ଏହି ଅବସରରେ ତଥାସ୍ତୁ ତରଫରୁ କବି, ପ୍ରାବନ୍ଧିକ ଓ ସଂପାଦକ ଶତ୍ରୁଜିତଙ୍କୁ ପଣ୍ଡିତ ବିନାୟକ ମିଶ୍ର ସାହିତ୍ୟ ସମ୍ମାନ ପ୍ରଦାନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା । ପ୍ରସ୍ତୁତି ବୈଠକରେ ପ୍ରଫେସର ମହମ୍ମଦ ଓମାର ମଲ୍ଲିକ, ନିଳୀମା ନନ୍ଦ, ହରପ୍ରିୟା ଦ୍ୱିବେଦୀ,ମମତା ମଂଜରୀ ଦେବୀ, ମଣିମାଳା ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିବାବେଳେ ଧନ୍ୟବାଦ ପ୍ରଦାନ କରିଥିଲେ ସହ ସଂପାଦକ ଗୋକୁଳ କୁମାର ଷଡ଼ଙ୍ଗୀ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply