Home / ମୁଖ୍ୟ ଖବର / ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ ପରିସରରେ ସହିଦ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ।

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର, ନୟାଗଡ଼ ପରିସରରେ ସହିଦ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ।

whatsapp image 2025 10 01 at 19.50.57 02743427

ନୟାଗଡ଼,ତା-୧.୧୦.୨୫ରିଖ – ଭାସ୍କର ଚନ୍ଦ୍ର ସ୍ବାଇଁଙ୍କ ରିପୋର୍ଟ -ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ସହିଦ୍ କଷ୍ଟି ଡାକୁଆଙ୍କ ଜୟନ୍ତୀ ପାଳିତ ହୋଇ ଯାଇଛି।

whatsapp image 2025 10 01 at 19.50.56 e3390f6f

ବିଦ୍ଯାଳୟ ପରିସରରେ ଥିବା ସହିଦ୍ କଷ୍ଟି ଡାକୁଆଙ୍କ ପ୍ରତିମୂର୍ତ୍ତିରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ସମେତ ସେବାବ୍ରତୀ ଆଚାର୍ଯ୍ୟ, ଆଚାର୍ଯ୍ୟାମାନେ ପୁଷ୍ପ ମାଲ୍ୟାର୍ପଣ କରି ବିପ୍ଳବୀ କଷ୍ଟି ଡାକୁଆଙ୍କ ସ୍ମୃତିଚାରଣ କରିଥିଲେ। ବିଦ୍ଯାଳୟର ବରିଷ୍ଠ ସେବାବ୍ରତୀ ଆଚାର୍ଯ୍ୟା ଅର୍ଚ୍ଚନା ରଥ କଷ୍ଟି ଡାକୁଆଙ୍କ ଜୀବନୀ ବିଷୟରେ ଅବଗତ କରାଇଥିଲେ। ସହିଦ କଷ୍ଟି ଡାକୁଆ ଅମର ରହେ ସ୍ଲୋଗାନ ରେ ବିଦ୍ୟାଳୟ ପରିସର ପ୍ରକମ୍ପିତ ହୋଇଥିଲା। ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ହୋଇଥିବାରୁ ଉପସ୍ଥିତ ଗୁରୁଜୀ ଗୁରୁମା ଓ ଛାତ୍ରଛାତ୍ରୀ ମାନେ ବୟସ୍କ ବ୍ଯକ୍ତି ମାନଙ୍କୁ ସମ୍ମାନ କରିବା, ସେମାନଙ୍କର ଯତ୍ନ ନେବା ଓ ସେବା କରିବା ପାଇଁ ଶପଥ ପାଠ କରିଥିଲେ।ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରିୟମ୍ବଦା ଗୁରୁମା,ପୁଷ୍ପିତା ଗୁରୁମା,ବସୁମତୀ ଗୁରୁମା,ଜ୍ଯୋତ୍ସ୍ନା ଗୁରୁମା, ଜଗତ କଲ୍ୟାଣ କାଶ୍ଯପ,କାଳୀଚରଣ ଡାକୁଆ,ଶିବରାମ ମହାରଣା ଆଦି ପ୍ରମୁଖ ଗୁରୁଜୀ ଗୁରୁମା ମାନେ ସହଯୋଗ କରିଥିଲେ ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply