ପୁରୀ: ୧୩/୧୦/୨୦୨୫ – ଲୋକଙ୍କ ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ସହିତ ମିଶିବା, ଦୁଃଖ ସୁଖ ହେବା ଓ ସେମାନଙ୍କ ସମସ୍ୟା ଶୁଣିବାକୁ ସବୁବେଳେ ଗୁରୁତ୍ୱ ଦେଇଥାନ୍ତି ।ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର ମହାପାତ୍ରଙ୍କ ସହିତ ଦୁଃଖ ସୁଖ ହୋଇଥିଲେ ।

କିଭଳି ବ୍ୟବସାୟ ଚାଲିଛି, କେତେବର୍ଷ ଧରି ବ୍ୟବସାୟ କଲେଣି ଓ ସରକାରୀ ସୁବିଧା ପାଉଛନ୍ତି କି ନାହିଁ ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଜଣେ ସାଧାରଣ ଗ୍ରାହକ ହିସାବରେ ନିକଟରେ ପାଇ ଶ୍ରୀଧର ଖୁସିରେ ବିଭୋର ହୋଇଯାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସରଳ ଓ ସହୃଦୟତା ପୂର୍ଣ୍ଣ ବ୍ୟବହାର ଶ୍ରୀଧର ଓ ଉପସ୍ଥିତ ଜନସାଧାରଣଙ୍କ ମନରେ ଖୁସି ଓ ଆନନ୍ଦ ଆଣିଥିଲା।










