Home / ମୁଖ୍ୟ ଖବର / କୋଣାର୍କ ରେ ଇକୋ ରିଟ୍ରିଟ୍ ପାଇଁ ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ।

କୋଣାର୍କ ରେ ଇକୋ ରିଟ୍ରିଟ୍ ପାଇଁ ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ।

whatsapp image 2025 10 15 at 20.43.33 9daf1086

ପୁରୀ ୧୫/୧୦ କୋଣାର୍କ ମେରାଇନ ଡ୍ରାଇଭ ଠାରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୩ ତାରିଖରୁ ଆରମ୍ଭ ହେବ।ତେବେ ସମସ୍ତ ବିଭାଗ ସେମାନ ଙ୍କୁ ନ୍ୟସ୍ତ ଦାୟିତ୍ୱ କୁ ତ୍ୱରାନ୍ୱିତ କରି ଡିସେମ୍ବର ପ୍ରଥମ ସପ୍ତାହ ସୁଦ୍ଧା ଭିତ୍ତିଭୂମି ପ୍ରସ୍ତୁତ ପାଇଁ ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ସର୍କିଟ ହାଉସ ଠାରେ ଜିଲ୍ଲାପାଳ ଶ୍ରୀ ପରିଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ପୂର୍ବ ବର୍ଷ ର ଅଭିଜ୍ଞତା ଓ ଅନୁଭବ କୁ ଆଧାର କରି ଚଳିତ ବର୍ଷ ର ଇକୋ ରିଟ୍ରିଟ୍ କୁ ଅଧିକ ଆକର୍ଷଣୀୟ ଓ ମନୋଜ୍ଞ ଭାବେ ଆୟୋଜନ କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ। ଯେଉଁ ବିଭାଗ ର ଯାହା ଦାୟିତ୍ୱ ତାହାକୁ ନିଷ୍ଠାପର ଓ ଧାର୍ଯ୍ୟ ସମୟ ପୂର୍ବରୁ ସାରିବାକୁ ସେ ପରାମର୍ଶ ଦେଇଥିଲେ। ପ୍ରତ୍ୟେକ ବିଭାଗ ପ୍ରତ୍ୟେକ ଙ୍କ ସହ ସମନ୍ବୟ ରଖି କାମ କରି ବାହାରୁ ଆସୁଥିବା ପର୍ଯ୍ୟଟକ ମାନଙ୍କୁ ସହଯୋଗ କରିବାକୁ ଜିଲ୍ଲାପାଳ ପରାମର୍ଶ କହିଥିଲେ। ପର୍ଯ୍ୟଟନ ବିଭାଗ ଜିଲ୍ଲା ପ୍ରଶାସନ ଓ ଇ ଫାକ୍ଟର ଏଜେନ୍ସି ର ମିଳିତ ସହଯୋଗ ରେ ଇକୋ ରିଟ୍ରିଟ୍ ଚଳିତ ବର୍ଷ ଡିସେମ୍ବର ୧୩ ରୁ ୯୦ ଦିନ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଲକଜରି ଟେଣ୍ଟ ବ୍ୟବସ୍ଥା କରାଯିବ ଯେଉଁଥିରେ ତାରକା ହୋଟେଲ ଅନୁରୂପ ସୁବିଧା ଯୋଗାଇ ଦିଆଯିବ।ଇକୋ ରିଟ୍ରିଟ୍ ସମୟରେ ଜଳକ୍ରିଡା,ବିଚ ସ୍ପୋର୍ଟସ, ଇଣ୍ଡୋର ଗେମ ଇତ୍ୟାଦି ବ୍ୟବସ୍ଥା ମଧ୍ୟ ଉପଲବ୍ଧ ହେବ। ନିରବଛିନ୍ନ ବିଦ୍ୟୁତ ଯୋଗାଣ, ପାନୀୟ ଜଳ ଯୋଗାଣ, ଚନ୍ଦ୍ରଭାଗା ଠାରୁ ରାମଚଣ୍ଡୀ ପର୍ଯ୍ୟନ୍ତ ରାସ୍ତା ଆଲୋକୀକରଣ, ମୋବାଇଲ ନେଟୱାର୍କ ସହ ସ୍ୱାସ୍ଥ୍ୟ ଚିକିତ୍ସା ବ୍ୟବସ୍ଥା, ଅଗ୍ନି ନିର୍ବାପକ ବ୍ୟବସ୍ଥା,ଟ୍ରାଫିକ ବ୍ୟବସ୍ଥା, ପାର୍କିଂ ବ୍ୟବସ୍ଥା, ସୁରକ୍ଷା ବ୍ୟବସ୍ଥା,୨୪ ଘଣ୍ଟିଆ ଲାଇଫ ଗାର୍ଡ ବ୍ୟବସ୍ଥା କରାଯିବ। ପର୍ଯ୍ୟଟକ ମାନଙ୍କ ପାଇଁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯିବ ବୋଲି ସ୍ଥିର ହୋଇଛି। ସମସ୍ତ କାର୍ଯ୍ୟ କୁ ଶୃଙ୍ଖଳିତ ଭାବେ ପରିଚାଳନା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଆସୁଥିବା ପର୍ଯ୍ୟଟକ ମାନେ ଯେପରି ଏକ ସୁଖଦ ଅନୁଭବ ନେଇ ଫେରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ।
ଏହି ବୈଠକରେ ଡିଏଫଓ ମଗର ଧନଜ ରାଓସୋ , ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ,ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ, ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସ ପି ଦେବୀ ଶଙ୍କର ପ୍ରତାପ,ପୂର୍ତ୍ତ ବିଭାଗ ଅଧିକ୍ଷଣ ଯନ୍ତ୍ରୀ ସୌମ୍ୟ ରଞ୍ଜନ ଦ୍ବିବେଦୀ, ୱ୍ବାଟକୋ ଜେନେରାଲ ମ୍ୟାନେଜର ବିକ୍ରମ ରାଉତ,
ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ, କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମୀୟ କୁମାର ସେଠୀ ଅନ୍ୟାନ୍ୟ ବିଭାଗ,ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ଓ ଇକୋ ରିଟ୍ରିଟ୍ ର ଆୟୋଜନ କରୁଥିବା ଇ ଫାକ୍ଟର ର ପ୍ରତିନିଧି ପ୍ରମୁଖ ଯୋଗ ଦେଇଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply