ନୟାଗଡ଼,ତା-୯.୧୨.୨୫ରିଖ – ଭାସ୍କର ଚନ୍ଦ୍ର ସ୍ବାଇଁଙ୍କ ରିପୋର୍ଟ – ଉଚ୍ଚ ନ୍ୟାୟାଳୟର ମାନ୍ୟବର ନ୍ୟାୟ ମୂର୍ତ୍ତି ମୁରାହରି ଶ୍ରୀ ରମଣ ନୟାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା ଦକ୍ଷିଣ କାଳୀଙ୍କ ମନ୍ଦିରକୁ ଆସି ପୂଜା ଅର୍ଚ୍ଚନା କରିବା ସହ ମାଙ୍କ ଆଶ୍ରିବାଦ ଭିକ୍ଷା କରିଥିଲେ । ମନ୍ଦିର ପରିସରରେ ମନ୍ଦିର ପରିଚାଳନା କମିଟିର ସଭାପତି ସମାଜ ସେବୀ ପ୍ରମୋଦ ପଟ୍ଟନାୟକ ନ୍ୟାୟ ମୂର୍ତ୍ତିଙ୍କ ସହ ଧର୍ମିଣୀଙ୍କୁ ଉତ୍ତରୀୟ ଓ ମାଙ୍କ ଫଟୋ ପ୍ରଦାନ କରି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଜିଲ୍ଲା ଦୌରାଜଜ୍ ଶ୍ରୀଯୁକ୍ତ ଆନନ୍ଦ ନାରାୟଣ ମହାରଣା ଓ ଅନ୍ୟାନ୍ୟ ବିଚାରପତିଙ୍କ ସମେତ ଓକିଲ ସଙ୍ଘ ସଭାପତି ଆଇନଜିବୀ ରଣଜିତ୍ ଦାସ ପ୍ରମୁଖ ଉପସ୍ଥିତ ଥିଲେ। ନ୍ୟାୟ ମୂର୍ତ୍ତି ମାଙ୍କ ଦର୍ଶନ କରି ଆନନ୍ଦ ପ୍ରକଟ କରିବା ସଂଗେ ସଂଗେ ମନ୍ଦିର ପରିଚାଳନା ସମ୍ପର୍କରେ ସବିଶେଷ ଖବର ନେଇଥିଲେ ।
ଉଚ୍ଚ ନ୍ୟାୟାଳୟର ମାନ୍ୟବର ନ୍ୟାୟ ମୂର୍ତ୍ତିଙ୍କୁ ସମ୍ବର୍ଦ୍ଧନା ।











