Home / ମୁଖ୍ୟ ଖବର / ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ ପାଳିତ।ନୟାଗଡ଼,

ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ ପାଳିତ।ନୟାଗଡ଼,

img 20260102 wa0005

ତା-୩୧.୧୨.୨୫ରିଖ ଭାସ୍କର ଚନ୍ଦ୍ର ସ୍ବାଇଁଙ୍କ ରିପୋର୍ଟ। ଓଡିଶାର ଯେଉଁ ବ୍ଯକ୍ତି ପ୍ରଥମେ ମହାତ୍ମା ଗାନ୍ଧୀଙ୍କୁ ସାକ୍ଷାତ କରି ଓଡ଼ିଆଙ୍କ ଦୂରବସ୍ଥା ଓ ଦୁଃଖ ଦୁର୍ଦ୍ଦଶା ଜଣାଇ ଥିଲେ ସେ ହେଉଛନ୍ତି ଗାନ୍ଧୀବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର।

img 20260102 wa0002

ଓଡିଶାର ମହାନାୟକ ଗାନ୍ଧୀଙ୍କ ପ୍ରିୟ ଓଡିଆ ପୂଜ୍ୟ ବିପ୍ଳବୀ ଶ୍ରୀ ମିଶ୍ର ଙ୍କର ୧୩୬ ତମ ଜିଲ୍ଲା ସ୍ତରୀୟ ଜନ୍ମ ଜୟନ୍ତୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ନୟାଗଡ଼ ତରଫରୁ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଅନୁଷ୍ଠିତ ହୋଇଯାଇଛି। ଶିକ୍ଷାକେନ୍ଦ୍ରର ପ୍ରତିଷ୍ଠାତା ସଂପାଦକ ଶ୍ରୀଧର ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ଯ ଅତିଥି ଭାବେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇ ବିଦ୍ଯାଳୟ ପରିସରରେ ସ୍ଥାପିତ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ପ୍ରତିମୂର୍ତ୍ତିରେ ଧୂପ ଓ ପୁଷ୍ପ ମାଲ୍ୟାର୍ପଣ କରିଥିଲେ। ଏହି ଅବସରରେ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ, ନୟାଗଡ଼ର ସଭାପତି ପ୍ରସନ୍ନ କୁମାର ପଣ୍ଡାଙ୍କ ଅଧ୍ଯକ୍ଷତାରେ ଆୟୋଜିତ ସ୍ମୃତି ଚାରଣ ସଭାରେ ମୁଖ୍ଯ ଅତିଥି ସାରଗର୍ଭକ ଆଲୋଚନା କରି ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ଥିଲେ ସ୍ବାଧୀନତା ସଂଗ୍ରାମର ଏକ ଅନିର୍ବାଣ ଅଗ୍ନିଶିଖା ବୋଲି କହିବା ସହିତ ଅଧୁନା ଛାତ୍ରଛାତ୍ରୀ ମାନେ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ଜୀବନୀ ବିଷୟରେ ପାଠ ପଢିବାକୁ ଅନୁରୋଧ କରିଥିଲେ। ଏହା ସହିତ ପୂଜ୍ୟ ବିପ୍ଳବୀ ହେଉଛନ୍ତି ନୟାଗଡ଼ ମାଟିର ପ୍ରଥମ ରାଜ୍ଯସଭା ସଦସ୍ଯ ଓ ପ୍ରଥମ ବିଧାୟକ ବୋଲି କହିଥିଲେ।ଗାନ୍ଧୀବାଦୀ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କର ସ୍ମୃତି ଚାରଣ ହିଁ ଆମ ସମସ୍ତଙ୍କର ଜାତୀୟ କର୍ତ୍ତବ୍ଯ ବୋଲି ସମସ୍ତଙ୍କୁ ନିବେଦନ କରିଥିଲେ। ସମ୍ମାନିତ ଅତିଥି ଭାବେ ନୟାଗଡ଼ ପୌର ପରିଷଦ ଅଧ୍ଯକ୍ଷା ନିରୁପମା ଖଟେଇ ଓ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଯୋଗ ଦେଇ ପୂଜ୍ୟ ବିପ୍ଳବୀଙ୍କର ସ୍ମୁତିଚାରଣ କରି ରାଜଧାନୀ ଭୁବନେଶ୍ୱରରେ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ରଙ୍କ ବ୍ରୋଞ୍ଜ ନିର୍ମିତ ପୂର୍ଣ୍ଣ ଅବୟବ ମୂର୍ତ୍ତି ସ୍ଥାପନ ପାଇଁ ରାଜ୍ଯ ସରକାରଙ୍କୁ ନିବେଦନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଭାରତ ବିକାଶ ପରିଷଦ, ସିଭିଲ ସୋସାଇଟି, ସୋହମ ଆଦି ବହୁ ସାମାଜିକ ଅନୁଷ୍ଠାନ ଯୋଗଦେବା ସହିତ ନୟାଗଡ଼ର ବହୁ ସମାଜସେବୀ ଓ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ବିଦ୍ଯାଳୟର ସମସ୍ତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟା କାର୍ଯ୍ୟକ୍ରମରେ ସହଯୋଗ କରିଥିଲା ବେଳେ ବିପ୍ଳବୀ ଗୋବିନ୍ଦ ଚନ୍ଦ୍ର ମିଶ୍ର ସ୍ମୃତି ପରିଷଦ ସମ୍ପାଦକ ପ୍ରଦୀପ କୁମାର ସାହୁ ଧନ୍ଯବାଦ ଅର୍ପଣ କରିଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply