Home / ମୁଖ୍ୟ ଖବର / ଜିଲ୍ଲା ସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଅନୁଷ୍ଠିତ

whatsapp image 2026 01 05 at 7.59.39 pm

ପୁରୀ ୫/୧ ପୁରୀ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଶୁଣାଣୀ ଆଜି ସଦଭାବନା ସଭାଗୃହ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରୋଟୋକଲ ନିଳମାଧବ ଭୋଇ ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ୮୩ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୬୪ ଗୋଟି ବ୍ୟକ୍ତିଗତ,୯ ଗୋଟି ସାମୁହିକ ସମ୍ବନ୍ଧୀୟ,୯ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଓ ଗୋଟିଏ ରେଡକ୍ରସରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୮ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ପୌର ନିର୍ବାହୀ ଅଧିକାରୀ ଅଭିମନ୍ୟୁ ବେହେରା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସପି ସୁଶୀଲ କୁମାର ମିଶ୍ର, ସୌମ୍ୟ ରଞ୍ଜନ ମଲ୍ଲିକ,ଡେପୁଟି କଲେକ୍ଟର ପ୍ରଶାନ୍ତ କୁମାର ଜେନା, ପ୍ରିୟଦର୍ଶିନୀ ମଲ୍ଲିକ, ଅନୁସ୍ରବ ଗନ୍ତାୟତ,ସୂଚନା ଓ ଲୋକ ସମ୍ପର୍କ ଉପ ନିର୍ଦ୍ଦେଶକ ସନ୍ତୋଷ କୁମାର ସେଠୀ,ସହକାରୀ ପର୍ଯ୍ୟଟନ ଅଧିକାରୀ ସରୋଜ କାନ୍ତ ପ୍ରଧାନ ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ। ଆସନ୍ତା ୧୨ ତାରିଖ ଦିବା ୧୦ ଘଟିକା ସମୟରେ ଯୁଗ୍ମ ଅଭିଯୋଗ ଶୁଣାଣି କାକଟପୁର ବ୍ଲକ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଅଭିଯୋଗ ଶୁଣାଣି ଅଧିକାରୀ ଶ୍ରୀ ସାହୁ ସୂଚନା ଦେଇଛନ୍ତି।

SPREAD YOUR LOVE WITH YOUR FRIENDS AND FAMILY

Leave a Reply