Home / ମୁଖ୍ୟ ଖବର / ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ।

ନୟାଗଡ଼ରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ।

whatsapp image 2026 01 09 at 6.41.03 pm

ନୟାଗଡ଼, ତା-୯-୧-୨୬ରିଖ – ଭାସ୍କର ଚନ୍ଦ୍ର ସ୍ବାଇଁଙ୍କ ରିପୋର୍ଟ -ନୟାଗଡ଼ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଏକ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟ ପଡିଆ ଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳାକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଏବଂ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ପ୍ରଦୀପ ପ୍ରଜ୍ବଳନ କରି ଉଦ୍ଘାଟନ କରିଥିଲେ ।

image
image

ଏହି ମେଳାରେ ଆରକ୍ଷୀ ପ୍ରଶିକ୍ଷଣ ବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀ ଭବେଶ କୁମାର ନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀମତୀ ଜ୍ୟୋତ୍ସ୍ନାମୟୀ ଆଚାର୍ଯ୍ୟ, ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ କାନ୍ତି ରଞ୍ଜନ ସାହୁ ଉପସ୍ଥିତ ରହି ନିଜର ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ । ସଭାକୁ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଶ୍ରୀ ମନସ୍ଵୀ ସେଠୀ ପରିଚାଳନା କରିଥିଲେ । ଏହି ନିଯୁକ୍ତି ମେଳାରେ ମୋଟ ୨୩ ଗୋଟି ନିଯୁକ୍ତି ଦାତା କମ୍ପାନୀ ଏବଂ ୭ ଜଣ ପ୍ରଶିକ୍ଷଣ ପ୍ରଦାନକାରୀ ସଂସ୍ଥା ଯୋଗ ଦେଇଥିଲେ । ଏହି ମେଳାରେ ବିଭିନ୍ନ ବ୍ଲକରୁ ସର୍ବମୋଟ ୧୦୬୫ ଜଣ ଛାତ୍ର ଛାତ୍ରୀ ଏବଂ ନିଯୁକ୍ତି ଆଶାୟୀ ପ୍ରାର୍ଥୀ ମାନେ ଯୋଗ ଦେଇ ନିଜର ପସନ୍ଦର ନିଯୁକ୍ତି ଦାତା ଙ୍କ ପାଖରେ ପଞ୍ଜିକରଣ କରିଥିଲେ ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply