ନୟାଗଡ଼,ତା-୨୬.୧.୨୬ରିଖ – ଭାସ୍କର ଚନ୍ଦ୍ର ସ୍ବାଇଁଙ୍କ ରିପୋର୍ଟ- ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୭ ତମ ଗଣତନ୍ତ୍ର ଦିବସ। ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ଯକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ଯ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯ ମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମ୍ରତି ଚାରଣ କରିବା ସହିତ ଆଶ୍ରମ

ପରିଚାଳନା କମିଟି ସଦସ୍ଯ ମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ ଓ କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ ଉପସ୍ଥିତ ରହି ସହଯୋଗ କରିଥିଲେ।











