Home / ମୁଖ୍ୟ ଖବର / ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

whatsapp image 2026 02 02 at 7.38.38 pm

ପୁରୀ ୨/୨ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୯୫ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୭୮ ଗୋଟି ବ୍ୟକ୍ତିଗତ,୧୨ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ ୫ ଗୋଟି

image
image

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୮ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହରା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି,ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ଉପ ଜିଲ୍ଲାପାଳ ରାଜ କିଶୋର ଜେନା,ଅତିରିକ୍ତ ଏସପି ସୁଶୀଲ କୁମାର ମିଶ୍ର, ଡେପୁଟି କଲେକ୍ଟର ପ୍ରିୟଦର୍ଶିନୀ ମଲ୍ଲିକ, ଅନୁଶ୍ରବ ଗନ୍ତାୟତ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଚଳିତ ମାସ ୯ ତାରିଖରେ କୃଷ୍ଣ ପ୍ରସାଦ ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ଶୁଣାଣି ଅଧିକାରୀ ସୂଚନା ଦେଇଛନ୍ତି।

SPREAD YOUR LOVE WITH YOUR FRIENDS AND FAMILY

Leave a Reply