Home / ମୁଖ୍ୟ ଖବର / ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

whatsapp image 2026 02 23 at 8.23.11 pm

ସତ୍ୟବାଦୀ/ପୁରୀ ୨୩/୨ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ସତ୍ୟବାଦୀ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୫୪ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୪୪ ଗୋଟି ବ୍ୟକ୍ତିଗତ,୮ ଗୋଟି ଗ୍ରାମ ସମ୍ବନ୍ଧୀୟ,୧ ଗୋଟି ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡରୁ ଓ ଗୋଟିଏ ରେଡକ୍ରସରୁ ସହାୟତା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୪ ଗୋଟି ଅଭିଯୋଗ ର ସମାଧାନ

image

କରାଯାଇଥିଲା।ସେହିପରି ୪ ଜଣ ଦିବ୍ୟାଙ୍ଗ ବ୍ୟକ୍ତି ଙ୍କୁ ଟ୍ରାଇ ସାଇକେଲ ଓ ହୁଇଲ ଚେୟାର ଜିଲ୍ଲାପାଳ ଙ୍କ ଦ୍ବାରା ପ୍ରଦର୍ଶନ କରାଯାଇଥିଲା।ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଏସପି ପ୍ରତୀକ ସିଂ,ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରିୟରଞ୍ଜନ ପୃଷ୍ଟି, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ, ସତ୍ୟବାଦୀ ବ୍ଲକ ଅଧ୍ୟକ୍ଷ ସୁନୀଲ କୁମାର ପଣ୍ଡା, ସତ୍ୟବାଦୀ ବିଡ଼ିଓ ଦେବାଶିଷ ନାୟକ, ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply