ନୟାଗଡ଼,ତା- ୮.୩.୨୬ରିଖ- ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ- ମାଇଁ ଭାରତ ଓ ସେବା ଉତ୍ସବ ସମିତି ପକ୍ଷରୁ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି l ମାର୍ଚ୍ଚ ୮ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଭାରତ ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ଅଧୀନ ମାଇଁ ଭାରତ ନୟାଗଡ଼ ଓ ସେବା ଉତ୍ସବ ସମିତିର ମିଳିତ ଆନୁକୂଲ୍ୟରେ ମହିଳା ଦିବସକୁ ଅସ୍ମିତା ଦିବସ ପାଳନ କରାଯାଇଛି l ଏହି ଅବସରରେ ନୟାଗଡ଼ ଖେଳ ପଡିଆ

ଠାରେ ଜିଲ୍ଲାର ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀ ମାନେ ସାମିଲ ହୋଇଥିଲେ l ଖେଲୋ ଇଣ୍ଡିଆ ପକ୍ଷରୁ ଏହି ଅବସରରେ ଶହେ ମିଟର, ୨ ଶହ ମିଟର ଓ ୪ଶହ ମିଟରର ଦୌଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା l ଏହାପରେ ନୟାଗଡ଼ ସେବା ଉତ୍ସବ ସମିତି ଅଧ୍ୟକ୍ଷ ଶିବରାମ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ସାଧାରଣ ସଭା ଓ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା l ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ନୟାଗଡ଼ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ, କନ୍ଧମାଳର ପୂର୍ବତନ ସାଂସଦ ପ୍ରତ୍ୟୁଷା ରାଜେଶ୍ୱରୀ ସିଂହ, ନୟାଗଡ଼ ମୁନିସିପାଲିଟି ପୌରାଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ପ୍ରମୁଖ ଯୋଗଦେଇଥିଲେ l











