Home / ମୁଖ୍ୟ ଖବର / ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ନୟାଗଡ଼ ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ।ଏସ୍‌ପି ଅଫିସ ଘେରାଉ ପାଇଁ ଅରୁଣଙ୍କ ଚେତାବନୀ ।

ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ନେଇ ନୟାଗଡ଼ ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ।ଏସ୍‌ପି ଅଫିସ ଘେରାଉ ପାଇଁ ଅରୁଣଙ୍କ ଚେତାବନୀ ।

ନୟାଗଡ଼,ତା-୧୨.୫.୨୬ରିଖ – ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ – ସାରା ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ । ପୁଲିସ ପ୍ରତି ଲୋକଙ୍କ ମନରେ ଭୟ ନାହିଁ । ଥାନାରେ ବିଜେପି କର୍ମୀଙ୍କ ଦବଦବା । ସାଧାରଣ ଲୋକେ ନ୍ୟାୟ ପାଇବାରୁ ବଞ୍ଚିତ । ଏଭଳି ପ୍ରସଙ୍ଗ ନେଇ ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ବିଷୋଦଗାର କରିଛନ୍ତି ବିଜେଡି ନେତା । ନୟାଗଡ଼ ବିଜେଡି କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ରାଜ୍ୟର ବିଭିନ୍ନ ପ୍ରସଙ୍ଗ ଉଠାଇବା ସହ ଦୁର୍ବଳ ସରକାର ପାଇଁ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ସାଧାରଣ ଜନତାକୁ ଭୟଭୀତ କରିଥିବା କହିଛନ୍ତି । ଡବଲ ଇଞ୍ଜିନ

ସରକାର କ୍ଷମତାକୁ ଆସିବା ପରେ ଅରାଜକତା ବଢ଼ିଛି । ଅପରାଧିମାନେ ଆଇନକୁ ଭୃକ୍ଷେପ କରୁ ନାହାନ୍ତି । ବର୍ବରତା ସୀମା ଅତିକ୍ରାନ୍ତ କରିଛି । ଢେଙ୍କାନାଳ ଜିଲ୍ଲା ଭାପୁର ଅଞ୍ଚଳରେ ଦଳୀତ ମହିଳାଙ୍କୁ ଦୁଷ୍କର୍ମ ପରେ ପଥରରେ ଛେଚି ହତ୍ୟା ଘଟଣାରୁ ଆରମ୍ଭ କରି ପୁରୀ ଜିଲ୍ଲା ବଳଙ୍କା ଯୁବତୀଙ୍କୁ ହତ୍ୟା ଘଟଣା, ଗଞ୍ଜାମରେ ଗର୍ଭବତୀ ମହିଳାଙ୍କୁ ହତ୍ୟା ଘଟଣା, ବ୍ରହ୍ମଗିରିରେ ୬ ବର୍ଷ ଶିଶୁକନ୍ୟାକୁ ଦୁଷ୍କର୍ମ, କଣାସ ଥାନା ଅଞ୍ଚଳରେ ବାଲି ମାଫିଆଙ୍କ ଦୈାରାତ୍ମ ପ୍ରସଙ୍ଗ ଉଠାଇ ସରକାରକୁ ଘେରିଛନ୍ତି । ନୟାଗଡ଼ ଓଡ଼ଗାଁରେ ଖଣି ମାଫିଆଙ୍କ ଦ୍ୱାରା ହତ୍ୟା ଘଟଣା ସବୁ ସୀମା ଟପିଛି ବୋଲି କହିଛନ୍ତି । ୨ ବର୍ଷରେ ବିଜେପି ସରକାର ଓଡ଼ିଶାର ଛବିକୁ ମଳିନ କରିଥିବା କହିଛନ୍ତି । ସେହିଭଳି ଭାବେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଜିଲ୍ଲାର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ସୁଧାରିବା ପାଇଁ ଆସନ୍ତା ୧୪ ତାରିଖରେ ନୟାଗଡ଼ ଏସ୍‌ପିଙ୍କୁ ଦାବିପତ୍ର ଦିଆଯିବ ବୋଲି କହିଛନ୍ତି । ସମୟ ଅବଧି ମଧ୍ୟରେ ପରିସ୍ଥିତିରେ ସୁଧାର ନଆସିଲେ ଏସ୍‌ପିଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ ବୋଲି ଚେତାବନୀ ଦେଇଛନ୍ତି । ନୟାଗଡ଼ ବିଧାୟକ ବିଭିନ୍ନ ଜିଲ୍ଲାରେ ଘଟୁଥିବା ନୃସଂଶ ହତ୍ୟାକାଣ୍ଡକୁ ନେଇ କ୍ଷୋଭ ପ୍ରକାଶ କରିଛନ୍ତି । ଓଡ଼ିଶା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି । କଥା କଥାରେ ଗୁଳି, ବୋମା, ଖଣ୍ଡା ,ଠେଙ୍ଗା ଚାଲୁଛି । ଯେଉଁମାନେ ଆଇନକୁ ହାତକୁ ନେଉଛନ୍ତି, ସେମାନଙ୍କର ପୁଲିସ ପ୍ରତି ତିଳେ ମାତ୍ର ଭୟ ନାହିଁ ବୋଲି କହିଛନ୍ତି । ନିଜେ ମୁଖ୍ୟମନ୍ତ୍ରୀ ପୁଲିସ ବିଭାଗକୁ ତାଗିଦ୍ କରୁଛନ୍ତି । ଅର୍ଥାତ ନିଜେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ସ୍ୱୀକାର କରୁଛନ୍ତି । ଏଣୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସରକାରଙ୍କୁ ଚେତାଇବା ପାଇଁ ବିଜୁ ଜନତା ଦଳ ନେତାଙ୍କୁ ଦାୟିତ୍ୱ ଦେଇଛନ୍ତି । ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଘଟଣା, ଗଣିଆ ଜିଅନ୍ତା ପୋଡ଼ି ଦେବା ଘଟଣା ଜ୍ୱଳନ୍ତ ଉଦାହରଣ ବୋଲି କହିଛନ୍ତି । ଗାଁ ଗାଁରେ କଙ୍ଗାରୁକୋର୍ଟ । ନୟାଗଡ଼ ଜିଲ୍ଲାର ସ୍ଥିତି ଅସମ୍ଭାଳ ବୋଲି କହିଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ରଣପୁର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଭାପୁର ବ୍ଲକ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଜିଲ୍ଲା ପରିଷଦ ସଦସ୍ୟ ସୁବାଷ ଚନ୍ଦ୍ର କହଁର, ସରୋଜ ରଣସିଂ, କ୍ଷୀରୋଦ ମହାପାତ୍ର ଓ ଆଶିଷ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ଥିଲେ ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply