Home / ମୁଖ୍ୟ ଖବର / ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ।

ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ।

ନୟାଗଡ଼,ତା-୩୧.୫.୨୬ରିଖ – ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ- ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶ୍ରୀମତୀ ଜ୍ୟୋତ୍ସାମୟୀ ଆଚାର୍ଯ୍ୟ ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାଶଙ୍କ ଅଧ୍ୟକ୍ଷତାରେ ତାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଡେପୁଟି କଲେକ୍ଟର ତପସ୍ୱିନୀ

ହାସଁଦା ଏବଂ ବହୁ ସରକାରୀ କର୍ମଚାରୀ ଏହି ସମ୍ବର୍ଦ୍ଧନା ଉତ୍ସବରେ ଉପସ୍ଥିତ ରହିଥିଲେ । ଜିଲ୍ଲା କ୍ରୀଡ଼ା ଅଧିକାରୀ ସୁଜାତା ସାହୁ ଭାରପ୍ରାପ୍ତ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀମତୀ ଆଚାର୍ଯ୍ୟ ନୟାଗଡ଼ରେ ଦୀର୍ଘ ଏକ ବର୍ଷ କାଳ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଭାବେ କାର୍ଯ୍ୟ କରି ସମସ୍ତଙ୍କର ପ୍ରିୟ ହୋଇପାରିଥିଲେ ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply