ପୁରୀ ୧/୬ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୧୧୨ ଗୋଟି ଅଭିଯୋଗ ପତ୍ର ମିଳିଥିଲା।ସେଥିରୁ ୯୭ ଗୋଟି ବ୍ୟକ୍ତିଗତ,୧୫ ଗୋଟି ଗ୍ରାମ ସମସ୍ୟା ସମ୍ପର୍କରେ ରହିଥିଲା।ତତକ୍ଷଣାତ ୫ ଗୋଟି ଅଭିଯୋଗ ର ସମାଧାନ କରାଯାଇଥିଲା। ଅନ୍ୟ ଅଭିଯୋଗ ଗୁଡିକ ର ଆଇନ ଅନୁସାରେ ସମାଧାନ ପାଇଁ ସମ୍ପୃକ୍ତ ବିଭାଗ ମାନଙ୍କୁ ପ୍ରେରଣ କରାଯାଇଥିଲା।ଏହି ଶୁଣାଣୀ ରେ ଏସପି ପ୍ରତୀକ ସିଂ, ପୁରୀ ମହାନଗର ନିଗମ ର କମିଶନର ସ୍ନେହା ଅରୁଗୁଳା, ଉପ ଜିଲ୍ଲାପାଳ ରାଜ କିଶୋର ଜେନା, ସିଡିଏମଓ ଡା ଅକ୍ଷୟ କୁମାର ଶତପଥୀ,ଅଭିଯୋଗ ଶୁଣାଣୀ ଅଧିକାରୀ ବିବେକାନନ୍ଦ ସାହୁ ଓ ଅନ୍ୟ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଯୋଗ ଦେଇଥିଲେ।ଆସନ୍ତା ୮ ତାରିଖ ରେ ପୂର୍ବାହ୍ନ ୭ ଘଟିକା ରୁ ୧୦ ଘଟିକା ପର୍ଯ୍ୟନ୍ତ ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଜଣାଯାଇଛି।ସେହିପରି ୧୬ ତାରିଖ ମଙ୍ଗଳବାର ପିପିଲି ବ୍ଲକରେ, ୨୨ ତାରିଖରେ ଡେଲାଙ୍ଗ ବ୍ଲକ ରେ ଓ ୨୯ ତାରିଖରେ ଗୋପ ବ୍ଲକରେ ଦିବା ୧୦ ଘଟିକା ରୁ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ ବୋଲି ଅଭିଯୋଗ ଶୁଣାଣି ଅଧିକାରୀ ସୂଚନା ଦେଇଛନ୍ତି।
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
No Comments
June 2, 2026 1:03 am

Previous Article
Next Article

ନାବାଳକ ବାଳକଙ୍କୁ ଚାପୁଡ଼ା ମାରୁଥିବା ଦୃଶ୍ୟ ଦେଖିବାକୁ ମିଳିଥିଲା ଘଟଣା
ବାଷଠି ଦିନରେ ପୁରୀ ସହର ବାସୀଙ୍କୁ ପୂର୍ବପରି ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ଭକ୍ତି, ବେଦନା ଓ ଅଧିକାରର ଅବିରତ ପଦଯାତ୍ରା

Related Posts
ଅକ୍ଟୋବର ୨୫ରୁ ଦୁଇଦିନିଆ କୁମାର ଉତ୍ସବ- ମୁଖ୍ୟ ଆକର୍ଷଣ ସାଂସ୍କୃତିକ ଆସର, ସ ...
October 25, 2026
ପୁରୀ ସହରର ବିଭିନ୍ନ ସ୍ଥାନରେ ସିଟି ଡିଏସ୍ପିଙ୍କ ନେତୃତ୍ୱରେ ମିଳିତ ଯାଞ୍ଚ ...
October 25, 2026





