Home / ମୁଖ୍ୟ ଖବର / ସ୍ୱର୍ଗତ ଭାଗବତ ବେହେରାଙ୍କ ଶ୍ରାଦ୍ଧ ବାର୍ଷିକ ପାଳନ – ବିଜେଡି ପକ୍ଷରୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ ।

ସ୍ୱର୍ଗତ ଭାଗବତ ବେହେରାଙ୍କ ଶ୍ରାଦ୍ଧ ବାର୍ଷିକ ପାଳନ – ବିଜେଡି ପକ୍ଷରୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ ।

ନୟାଗଡ଼,ତା-୩.୬.୨୬ରିଖ-ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ-ନୟାଗଡ଼ର ଜନମାନ୍ୟ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଭାଗବତ ବେହେରାଙ୍କ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି। ନୟାଗଡ଼ ଜିଲ୍ଲା ଗଠନଠାରୁ ଆରମ୍ଭ କରି ବିକଶିତ ନୟାଗଡ଼ ମୂଳଦୁଆ ପକାଇଥିବା ନେତା ଶ୍ରୀଯୁକ୍ତ ବେହେରାଙ୍କ ଉଦ୍ଦେଶ୍ୟରେ ବିଜେଡି ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ, ପୌର ପରିଷଦ ଅଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁ ପ୍ରସାଦ ଜେନା, ବ୍ଲକ୍ ଉପାଧ୍ୟକ୍ଷ

ଲକ୍ଷ୍ମୀପ୍ରିୟା ସାହୁ ପ୍ରମୁଖ ଯୋଗ ଦେଇଥିଲେ। ନୟାଗଡ଼ ଗୋଲେଇ ଛକରେ ଅବସ୍ଥିତ ଭାଗବତ ବେହେରାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଏହା ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି ନିର୍ବାଚନ ମଣ୍ଡଳୀ ସଭାପତି ଗଙ୍ଗାଧର ପଣ୍ଡା, ବ୍ଲକ୍ ବିଜେଡି ସଭାପତି ଭଞ୍ଜକିଶୋର ମହାପାତ୍ର, ଜିଲ୍ଲା ପରିଷଦ ସଦସ୍ୟ ସୁବାସ ଚନ୍ଦ୍ର କହଁର, ଜିଲ୍ଲା ପରିଷଦ ସଦସ୍ୟ କ୍ଷୀରୋଦ ମହାପାତ୍ରଙ୍କ ସହିତ ଅନେକ କାଉନସିଲର, ସରପଞ୍ଚ, ସମିତିସଭ୍ୟ ଓ ସାଧାରଣ ଜନତା ଯୋଗ ଦେଇଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply