Home / ମୁଖ୍ୟ ଖବର / ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ ।

ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ ।

ନୟାଗଡ଼,ତା-୨୩.୬.୨୬ରିଖ-ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ- ନୟାଗଡ଼ ବ୍ଲକ ଅନ୍ତର୍ଗତ କ୍ରୀଦାସପୁର ଅଙ୍ଗନବାଡ଼ି କେନ୍ଦ୍ରକୁ ଲୋକପ୍ରିୟ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା ରଥ ଅଚାନକ ପରିଦର୍ଶନ କରିଥିଲେ। ଜିଲ୍ଲାପାଳଙ୍କ ସହିତ ଦାୟିତ୍ଵରେ ଥିବା DSWO ଶ୍ରୀମତୀ ଜୟଶ୍ରୀ ପଟ୍ଟନାୟକ ଏବଂ DC, Hub ଶ୍ରୀ ସୌମ୍ୟ ରଞ୍ଜନ ଦାଶ ମଧ୍ୟ ଅଙ୍ଗନବାଡ଼ି କେନ୍ଦ୍ର ପରିଦର୍ଶନ କରିଥିଲେ। ପରିଦର୍ଶନ ସମୟରେ ଜିଲ୍ଲାପାଳ ପିଲାମାନଙ୍କ ସହ ସମୟ ଅତିବାହିତ କରି ସେମାନଙ୍କ ସହ ବହୁ ସମୟ ଧରି ଆଲୋଚନା କରିଥିଲେ। ଜିଲ୍ଲାପାଳ ଶ୍ରୀମତୀ ରଥ ମହୋଦୟା ପିଲାମାନଙ୍କ ପୁଷ୍ଟି , ସ୍ୱାସ୍ଥ୍ୟ ଏବଂ ଶିକ୍ଷାଗତ କାର୍ଯ୍ୟକଳାପର ସମୀକ୍ଷା କରିବା ସହିତ ସେମାନଙ୍କ ସର୍ବାଙ୍ଗୀନ ବିକାଶ ଓ କଲ୍ୟାଣ ପାଇଁ କିପରି ଅଧିକ ଉନ୍ନତି ଆଣିହେବ ସେନେଇ ଆଲୋଚନା କରିଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply