Home / ମୁଖ୍ୟ ଖବର / ନୟାଗଡ଼ ବ୍ଲକରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ।

ନୟାଗଡ଼ ବ୍ଲକରେ ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ।

ନୟାଗଡ଼,ତା-୨୩.୭.୨୬ରିଖ-ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ- ନୟାଗଡ଼ ବ୍ଲକର ସମ୍ମିଳନୀ କକ୍ଷଠାରେ ମଧୁବାବୁ ପେନସନ ଯୋଜନା ଅନ୍ତର୍ଗତ ନୂତନ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ମଞ୍ଚସ୍ଥ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷ ଶ୍ରୀ କିଶୋର ଚନ୍ଦ୍ର ସାହୁ, ଗୋଷ୍ଠୀ ଉନ୍ନୟନ ଅଧିକାରିଣୀ ଶ୍ରୀମତୀ ଐଶ୍ୱର୍ଯ୍ୟା ଭୂୟାଁ, ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ରତିକାନ୍ତ ସାହୁ ଏବଂ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପ୍ରୀତମ କୁମାର ମହାରଣା ଉପସ୍ଥିତ ରହି ୨୬୦ ଜଣ ନୂତନ ଭାବେ

ମଞ୍ଜୁରୀପ୍ରାପ୍ତ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରିଥିଲେ। ଏହି ବୈଠକର ମୁଖ୍ୟ ଉଦ୍ଦେଶ୍ୟ ଥିଲା ସରକାରଙ୍କ ସାମାଜିକ ସୁରକ୍ଷା ଯୋଜନାର ସଫଳ ରୂପାୟନ ଏବଂ ପ୍ରତ୍ୟେକ ଯୋଗ୍ୟ ହିତାଧିକାରୀଙ୍କ ପାଖରେ ସଠିକ୍ ସମୟରେ ସହାୟତା ପହଞ୍ଚାଇବା। ସରକାରୀ ସେବାକୁ ସ୍ୱଚ୍ଛ ଓ ଲୋକାଭିମୁଖୀ କରିବା ପାଇଁ ଏହି ଅବସରରେ ବ୍ୟାପକ ଆଲୋଚନା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ କର୍ମଚାରୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply