Home / ମୁଖ୍ୟ ଖବର / ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ।

ଅବସର ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ।

ନୟାଗଡ଼,ତା-୩୧-୦୭-୨୬ରିଖ-ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ- ନୟାଗଡ଼ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟର ବରିଷ୍ଠ କର୍ମଚାରୀ ଶ୍ରୀଯୁକ୍ତ ସିଦ୍ଧାର୍ଥ ଦେ (ଦେ ବାବୁ) ଅବସର ଗ୍ରହଣ କରିଛନ୍ତି । ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ରୋଜିନା ଦାସଙ୍କ ଅଧ୍ୟକ୍ଷତାରେ ତାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି

ଅବସରରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରିଣୀ ଶ୍ରୀମତୀ ସୁଜାତା କୁମାରୀ ସାହୁ ଏବଂ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ଓ ସଂସ୍କୃତି କାର୍ଯ୍ୟାଳୟର ସମସ୍ତ କର୍ମଚାରୀମାନେ ଉପସ୍ଥିତ ରହିଥିଲେ । ଶ୍ରୀଯୁକ୍ତ ଦେ, ନୟାଗଡ଼ରେ ଦୀର୍ଘ ୩୨ ବର୍ଷ କାଳ ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ସୁଚାରୁ ରୂପେ ନିଜ ଦାୟିତ୍ୱ ନିର୍ବାହ କରି ଅଧିକ ଲୋକପ୍ରିୟ ହୋଇପାରିଥିଲେ । ସମସ୍ତେ ତାଙ୍କ ଅବସର ପରବର୍ତ୍ତୀ ଜୀବନର ଶୁଭ ମନାସି ସମ୍ବର୍ଦ୍ଧନା ପ୍ରଦାନ କରିଥିଲେ l

SPREAD YOUR LOVE WITH YOUR FRIENDS AND FAMILY

Leave a Reply