Home / ମୁଖ୍ୟ ଖବର / ଦାସିଆ ଅଜାଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।

ଦାସିଆ ଅଜାଙ୍କ ୨୯ ତମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ।

ନୟାଗଡ଼,ତା-୧୨.୯.୨୬ରିଖ – ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ। – ପୂଜ୍ୟପୂଜା କମିଟି ନୟାଗଡ଼ ତରଫରୁ ପାଠାଗାର ଆନ୍ଦୋଳନର ଆଗଧାଡିର ନାୟକ ପ୍ରବାଦ ପୁରୁଷ ଦାଶରଥି ପଟ୍ଟନାୟକ ( ଦାସିଆ ଅଜା)ଙ୍କ ୨୯ ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ନୟାଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଦୀପ ଧୁପ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂଜ୍ୟପୂଜା କମିଟିର ବରିଷ୍ଠ ସଦସ୍ୟ ତଥା ସାମ୍ବାଦିକ ରାମକୃଷ୍ଣ ରଥଙ୍କ ସଂଯୋଜନାରେ ଆୟୋଜିତ ଏହି

ଶ୍ରଦ୍ଧାଞ୍ଜଳି ସଭା ରେ ଭାରତ ବିକାଶ ପରିଷଦର ସଭାପତି ଶ୍ରୀ ପ୍ରସନ୍ନ କୁମାର ବସନ୍ତିଆ, ରୋଟାରୀ କ୍ଲବ ସଭାପତି ବାସୁଦେବ ସାହୁ, ନୟାଗଡ଼ କ୍ଲବ୍ ସଂପାଦକ ଶ୍ରୀଧର ସାହୁ, ସିଭିଲ ସୋସାଇଟ ସଦସ୍ୟ ରୋଟାରିଆନ ଜି ରଶ୍ମିରାଜ, ପୂର୍ବତନ ବିଇଓ ନିମାଇଁ ସାରଙ୍କ ସମେତ ଅନେକ ଦାସିଆ ଅଜା ପ୍ରେମୀ ଉପସ୍ଥିତ ଥିଲେ । ଶ୍ରୀ ରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ସ୍କାଉଟ୍ ଛାତ୍ରମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଦଶ ପଇସାର ରାଜା ଦାସିଆ ଅଜା ଏବଂ ଦାସିଆ ଅଜା ଅମର ରହେ ସ୍ଲୋଗାନ ଦେଇଥିଲେ ଉପସ୍ଥିତ ସମସ୍ତ ସଦସ୍ୟମାନେ। ପରିଶେଷରେ ପୂଜ୍ୟପୂଜା କମିଟିର ଆବାହକ ଧିରେନ୍ଦ୍ର କୁମାର ପଟ୍ଟନାୟକ ଧନ୍ୟବାଦ ପ୍ରଦାନ କରିଥିଲେ।

SPREAD YOUR LOVE WITH YOUR FRIENDS AND FAMILY

Leave a Reply