ନୟାଗଡ଼,ତା-୨.୧୦.୨୬ରିଖ-ଭାସ୍କର ଚନ୍ଦ୍ର ସ୍ୱାଇଁଙ୍କ ରିପୋର୍ଟ – ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଉତ୍ସବ ଆୟୋଜିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ମହାପାତ୍ର ଦୀପ ପ୍ରଜ୍ବଳନ କରି ମା ସାରଦାଙ୍କ ନିକଟରେ ଆଶିଷ ଭିକ୍ଷା କରିଥିଲେ । ସେ ମହାମାନବଙ୍କ ଫଟୋରେ ମାଲ୍ୟାର୍ପଣ କରିଥିଲେ । ଆଚାର୍ଯ୍ୟା ଶ୍ରୀମତୀ ପ୍ରମୋଦିନୀ ମିଶ୍ର ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ବାଲ୍ୟ ଜୀବନୀ ,ବୈବାହିକ ଜୀବନୀ ଓ ଦେଶ

ପାଇଁ କାର୍ଯ୍ୟାବଳୀ ବିଷୟରେ ସାରଗର୍ଭକ ତଥ୍ୟ ଉପସ୍ଥାପନ କରିଥିଲେ । ପ୍ରାୟ ୨୦୦ ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ସମସ୍ତ ଗୁରୁଜୀ ଗୁରୁମାଙ୍କ ସହଯୋଗ ଓ ପ୍ରଧାନ ଆଚାର୍ଯ୍ୟଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସାଫଲ୍ୟ ମଣ୍ଡିତ ହୋଇଥିଲା ।











